ଆୟୁବ 21

ତୁମ୍ଭେମାନେ କହୁଅଛ, ‘ପରମେଶ୍ୱର ତାହାର ସନ୍ତାନଗଣ ନିମନ୍ତେ ତାହାର ଅଧର୍ମ ସଞ୍ଚୟ କରନ୍ତି।’ ସେ ତାହାକୁ ହିଁ ପ୍ରତିଫଳ ଦେଉନ୍ତୁ, ତହିଁରେ ସେ ତାହା ଜାଣିବ।

Job 21:19 (UKJV) God lays up his iniquity for his children: he rewards him, and he shall know it.

17କେତେ ଥର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯାଏ? ସେମାନଙ୍କ ବିପଦ ସେମାନଙ୍କ ଉପରେ ପଡ଼େ? ଓ ପରମେଶ୍ୱର ଆପଣା କ୍ରୋଧରେ କ୍ଳେଶ ବିତରଣ କରନ୍ତି?

18ସେମାନେ ବାୟୁ ଆଗରେ କୁଟା ପରି ଓ ବତାସରେ ଉଡ଼ନ୍ତା ତୁଷ ପରି ହୁଅନ୍ତି?

19ତୁମ୍ଭେମାନେ କହୁଅଛ, ‘ପରମେଶ୍ୱର ତାହାର ସନ୍ତାନଗଣ ନିମନ୍ତେ ତାହାର ଅଧର୍ମ ସଞ୍ଚୟ କରନ୍ତି।’ ସେ ତାହାକୁ ହିଁ ପ୍ରତିଫଳ ଦେଉନ୍ତୁ, ତହିଁରେ ସେ ତାହା ଜାଣିବ।

20ତାହାର ନିଜ ଚକ୍ଷୁ ତାହାର ବିନାଶ ଦେଖୁ ଓ ସେ ସର୍ବଶକ୍ତିମାନଙ୍କ କ୍ରୋଧ ପାନ କରୁ।

21କାରଣ ମଧ୍ୟଭାଗରୁ ତାହାର ମାସ-ସଂଖ୍ୟା କଟାଗଲେ, ତାହାର ପଶ୍ଚାଦ୍‍ବର୍ତ୍ତୀ ବଂଶରେ କି ତାହାର କିଛି ସନ୍ତୋଷ ଥାଏ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.