20ତାହାର ନିଜ ଚକ୍ଷୁ ତାହାର ବିନାଶ ଦେଖୁ ଓ ସେ ସର୍ବଶକ୍ତିମାନଙ୍କ କ୍ରୋଧ ପାନ କରୁ।
21କାରଣ ମଧ୍ୟଭାଗରୁ ତାହାର ମାସ-ସଂଖ୍ୟା କଟାଗଲେ, ତାହାର ପଶ୍ଚାଦ୍ବର୍ତ୍ତୀ ବଂଶରେ କି ତାହାର କିଛି ସନ୍ତୋଷ ଥାଏ?
22ପରମେଶ୍ୱର ଊର୍ଦ୍ଧ୍ୱବାସୀମାନଙ୍କର ଶାସନ କରନ୍ତି, ଏଣୁ କେହି କି ତାହାଙ୍କୁ ଜ୍ଞାନ ଶିଖାଇବ?
23କେହି ସମ୍ପୂର୍ଣ୍ଣ ବିଶ୍ରାମ ଓ ଶାନ୍ତି ଭୋଗ କରି ବଳବିଶିଷ୍ଟ ହୋଇ ମରେ;
24ତାହାର ସ୍ତନ ଦୁଗ୍ଧରେ ପରିପୂର୍ଣ୍ଣ ଓ ତାହାର ଅସ୍ଥିର ମେଦ ସତେଜ ଥାଏ।