22ପରମେଶ୍ୱର ଊର୍ଦ୍ଧ୍ୱବାସୀମାନଙ୍କର ଶାସନ କରନ୍ତି, ଏଣୁ କେହି କି ତାହାଙ୍କୁ ଜ୍ଞାନ ଶିଖାଇବ?
23କେହି ସମ୍ପୂର୍ଣ୍ଣ ବିଶ୍ରାମ ଓ ଶାନ୍ତି ଭୋଗ କରି ବଳବିଶିଷ୍ଟ ହୋଇ ମରେ;
24ତାହାର ସ୍ତନ ଦୁଗ୍ଧରେ ପରିପୂର୍ଣ୍ଣ ଓ ତାହାର ଅସ୍ଥିର ମେଦ ସତେଜ ଥାଏ।
25ଆଉ, କେହି ପ୍ରାଣର ତିକ୍ତତାରେ ମରେ ଓ କେତେବେଳେ ମଙ୍ଗଳର ଆସ୍ୱାଦ ପାଏ ନାହିଁ।
26ଏମାନେ ଏକ ସମାନ ମାଟିରେ ଶୟନ କରନ୍ତି ଓ କୀଟ ସେମାନଙ୍କୁ ଆଚ୍ଛାଦନ କରେ।