24ତାହାର ସ୍ତନ ଦୁଗ୍ଧରେ ପରିପୂର୍ଣ୍ଣ ଓ ତାହାର ଅସ୍ଥିର ମେଦ ସତେଜ ଥାଏ।
25ଆଉ, କେହି ପ୍ରାଣର ତିକ୍ତତାରେ ମରେ ଓ କେତେବେଳେ ମଙ୍ଗଳର ଆସ୍ୱାଦ ପାଏ ନାହିଁ।
26ଏମାନେ ଏକ ସମାନ ମାଟିରେ ଶୟନ କରନ୍ତି ଓ କୀଟ ସେମାନଙ୍କୁ ଆଚ୍ଛାଦନ କରେ।
27ଦେଖ, ମୁଁ ତୁମ୍ଭମାନଙ୍କର ବିଚାରସବୁ ଓ ମୋʼ ବିରୁଦ୍ଧରେ ତୁମ୍ଭମାନଙ୍କର ଅନ୍ୟାୟକଳ୍ପିତ ସଂକଳ୍ପସବୁ ଜାଣେ।
28କାରଣ ତୁମ୍ଭେମାନେ କହୁଅଛ, ‘ସେହି ଅଧିପତିର ଗୃହ କାହିଁ? ଓ ସେହି ଦୁଷ୍ଟର ବସତି-ତମ୍ବୁ କାହିଁ?’