26ଏମାନେ ଏକ ସମାନ ମାଟିରେ ଶୟନ କରନ୍ତି ଓ କୀଟ ସେମାନଙ୍କୁ ଆଚ୍ଛାଦନ କରେ।
27ଦେଖ, ମୁଁ ତୁମ୍ଭମାନଙ୍କର ବିଚାରସବୁ ଓ ମୋʼ ବିରୁଦ୍ଧରେ ତୁମ୍ଭମାନଙ୍କର ଅନ୍ୟାୟକଳ୍ପିତ ସଂକଳ୍ପସବୁ ଜାଣେ।
28କାରଣ ତୁମ୍ଭେମାନେ କହୁଅଛ, ‘ସେହି ଅଧିପତିର ଗୃହ କାହିଁ? ଓ ସେହି ଦୁଷ୍ଟର ବସତି-ତମ୍ବୁ କାହିଁ?’
29ତୁମ୍ଭେମାନେ କʼଣ ପଥିକମାନଙ୍କୁ ପଚାରି ନାହଁ? ଓ ତୁମ୍ଭେମାନେ କʼଣ ସେମାନଙ୍କ ଲକ୍ଷଣ ଜାଣ ନାହିଁ ଯେ,
30ଦୁଷ୍ଟ ଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ? ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନାଯାʼନ୍ତି?