ଆୟୁବ 21

ଦୁଷ୍ଟ ଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ? ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନାଯାʼନ୍ତି?

Job 21:30 (UKJV) That the wicked is reserved to the day of destruction? they shall be brought forth to the day of wrath.

28କାରଣ ତୁମ୍ଭେମାନେ କହୁଅଛ, ‘ସେହି ଅଧିପତିର ଗୃହ କାହିଁ? ଓ ସେହି ଦୁଷ୍ଟର ବସତି-ତମ୍ବୁ କାହିଁ?’

29ତୁମ୍ଭେମାନେ କʼଣ ପଥିକମାନଙ୍କୁ ପଚାରି ନାହଁ? ଓ ତୁମ୍ଭେମାନେ କʼଣ ସେମାନଙ୍କ ଲକ୍ଷଣ ଜାଣ ନାହିଁ ଯେ,

30ଦୁଷ୍ଟ ଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ? ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନାଯାʼନ୍ତି?

31ତାହାର ସମ୍ମୁଖରେ କିଏ ତାହାର ପଥ ପ୍ରକାଶ କରିବ? ଓ କିଏ ତାହାର କୃତ କର୍ମର ଫଳ ତାହାକୁ ଦେବ?

32ତଥାପି ସେ କବରକୁ ବହାଯିବ ଓ କବର ଉପରେ ପ୍ରହରୀ ରହିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.