ଆୟୁବ 21

ତାହାର ସମ୍ମୁଖରେ କିଏ ତାହାର ପଥ ପ୍ରକାଶ କରିବ? ଓ କିଏ ତାହାର କୃତ କର୍ମର ଫଳ ତାହାକୁ ଦେବ?

Job 21:31 (UKJV) Who shall declare his way to his face? and who shall repay him what he has done?

29ତୁମ୍ଭେମାନେ କʼଣ ପଥିକମାନଙ୍କୁ ପଚାରି ନାହଁ? ଓ ତୁମ୍ଭେମାନେ କʼଣ ସେମାନଙ୍କ ଲକ୍ଷଣ ଜାଣ ନାହିଁ ଯେ,

30ଦୁଷ୍ଟ ଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ? ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନାଯାʼନ୍ତି?

31ତାହାର ସମ୍ମୁଖରେ କିଏ ତାହାର ପଥ ପ୍ରକାଶ କରିବ? ଓ କିଏ ତାହାର କୃତ କର୍ମର ଫଳ ତାହାକୁ ଦେବ?

32ତଥାପି ସେ କବରକୁ ବହାଯିବ ଓ କବର ଉପରେ ପ୍ରହରୀ ରହିବ।

33ଉପତ୍ୟକାର ମୃତ୍ତିକା ତାହା ପ୍ରତି ମିଷ୍ଟ ହେବ, ଯେପରି ତାହା ପୂର୍ବରେ ଅସଂଖ୍ୟ ଲୋକ, ସେପରି ତାହାର ପଶ୍ଚାତ୍‍ ସମସ୍ତ ଲୋକ ଗମନ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.