2“ମନୋଯୋଗ କରି ମୋʼ କଥା ଶୁଣ ଓ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ହେଉ।
3ମୋତେ ଅନୁମତି ଦିଅ, ମୁଁ ମଧ୍ୟ କଥା କହିବି ଓ ମୁଁ କହିସାରିଲା ଉତ୍ତାରେ ଉପହାସ କରୁଥାଅ।
4ମୋʼ ଗୁହାରି କʼଣ ମନୁଷ୍ୟ ନିକଟରେ? ତେବେ ମୁଁ କାହିଁକି ଅଧୈର୍ଯ୍ୟ ନୋହିବି?
5ମୋତେ ନିରୀକ୍ଷଣ କରି ଚମତ୍କୃତ ହୁଅ ଓ ତୁମ୍ଭମାନଙ୍କ ମୁଖରେ ଆପଣା ଆପଣା ହାତ ଦିଅ।
6ମୁଁ ସ୍ମରଣ କଲେ ବ୍ୟାକୁଳ ହୁଏ ଓ ମୋʼ ଶରୀର କମ୍ପିତ ହୁଏ।