3ମୋତେ ଅନୁମତି ଦିଅ, ମୁଁ ମଧ୍ୟ କଥା କହିବି ଓ ମୁଁ କହିସାରିଲା ଉତ୍ତାରେ ଉପହାସ କରୁଥାଅ।
4ମୋʼ ଗୁହାରି କʼଣ ମନୁଷ୍ୟ ନିକଟରେ? ତେବେ ମୁଁ କାହିଁକି ଅଧୈର୍ଯ୍ୟ ନୋହିବି?
5ମୋତେ ନିରୀକ୍ଷଣ କରି ଚମତ୍କୃତ ହୁଅ ଓ ତୁମ୍ଭମାନଙ୍କ ମୁଖରେ ଆପଣା ଆପଣା ହାତ ଦିଅ।
6ମୁଁ ସ୍ମରଣ କଲେ ବ୍ୟାକୁଳ ହୁଏ ଓ ମୋʼ ଶରୀର କମ୍ପିତ ହୁଏ।
7ଦୁଷ୍ଟମାନେ କାହିଁକି ଜୀବିତ ଥାʼନ୍ତି, ବୃଦ୍ଧ ହୁଅନ୍ତି ଓ ପରାକ୍ରମରେ ବର୍ଦ୍ଧିଷ୍ଣୁ ହୁଅନ୍ତି?