ଆୟୁବ 21

ଦୁଷ୍ଟମାନେ କାହିଁକି ଜୀବିତ ଥାʼନ୍ତି, ବୃଦ୍ଧ ହୁଅନ୍ତି ଓ ପରାକ୍ରମରେ ବର୍ଦ୍ଧିଷ୍ଣୁ ହୁଅନ୍ତି?

Job 21:7 (UKJV) Wherefore do the wicked live, become old, yea, are mighty in power?

5ମୋତେ ନିରୀକ୍ଷଣ କରି ଚମତ୍କୃତ ହୁଅ ଓ ତୁମ୍ଭମାନଙ୍କ ମୁଖରେ ଆପଣା ଆପଣା ହାତ ଦିଅ।

6ମୁଁ ସ୍ମରଣ କଲେ ବ୍ୟାକୁଳ ହୁଏ ଓ ମୋʼ ଶରୀର କମ୍ପିତ ହୁଏ।

7ଦୁଷ୍ଟମାନେ କାହିଁକି ଜୀବିତ ଥାʼନ୍ତି, ବୃଦ୍ଧ ହୁଅନ୍ତି ଓ ପରାକ୍ରମରେ ବର୍ଦ୍ଧିଷ୍ଣୁ ହୁଅନ୍ତି?

8ସେମାନଙ୍କ ବଂଶ ସେମାନଙ୍କ ସଙ୍ଗେ ସେମାନଙ୍କ ସାକ୍ଷାତରେ ଓ ସେମାନଙ୍କ ସନ୍ତାନସନ୍ତତି ସେମାନଙ୍କ ଦୃଷ୍ଟିଗୋଚରରେ ସ୍ଥିରୀକୃତ ହୁଅନ୍ତି।

9ସେମାନଙ୍କ ଗୃହ ଭୟରୁ ରକ୍ଷିତ ଥାଏ, କିଅବା ସେମାନଙ୍କ ଉପରେ ପରମେଶ୍ୱରଙ୍କର ଯଷ୍ଟି ନ ଥାଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.