9ତୁମ୍ଭେ ବିଧବାମାନଙ୍କୁ ଖାଲି ହାତରେ ବିଦାୟ କରିଅଛ ଓ ପିତୃହୀନର ବାହୁ ଭଗ୍ନ ହୋଇଅଛି।
10ଏହେତୁ ତୁମ୍ଭ ଚାରିଆଡ଼େ ଫାନ୍ଦ ଅଛି ଓ ଆକସ୍ମିକ ଭୟ ତୁମ୍ଭକୁ ବ୍ୟାକୁଳ କରୁଅଛି।
11ଅବା ଅନ୍ଧକାର, ଯାହା ଲାଗି ତୁମ୍ଭେ ଦେଖି ନ ପାର ଓ ଜଳରାଶି ତୁମ୍ଭକୁ ଆଚ୍ଛନ୍ନ କରୁଅଛି।
12ପରମେଶ୍ୱର କʼଣ ଉଚ୍ଚତମ ସ୍ୱର୍ଗରେ ନାହାନ୍ତି? ଓ ତାରାଗଣର ଉଚ୍ଚତା ଦେଖ, ସେସବୁ କେଡ଼େ ଉଚ୍ଚ!
13ପୁଣି, ତୁମ୍ଭେ କହୁଅଛ, ‘ପରମେଶ୍ୱର କʼଣ ଜାଣନ୍ତି? ସେ ନିବିଡ଼ ଅନ୍ଧକାର ଦେଇ କʼଣ ବିଚାର କରିପାରନ୍ତି?