ଆୟୁବ 22

ଯହିଁରେ ଦୁଷ୍ଟ ଲୋକେ ଗମନ କରିଅଛନ୍ତି, ତୁମ୍ଭେ କʼଣ ସେହି ପୁରାତନ ପଥ ଧରିବ?

Job 22:15 (UKJV) Have you marked the old way which wicked men have trodden?

13ପୁଣି, ତୁମ୍ଭେ କହୁଅଛ, ‘ପରମେଶ୍ୱର କʼଣ ଜାଣନ୍ତି? ସେ ନିବିଡ଼ ଅନ୍ଧକାର ଦେଇ କʼଣ ବିଚାର କରିପାରନ୍ତି?

14ନିବିଡ଼ ମେଘମାଳ ତାହାଙ୍କର ଆବରଣ, ଏଣୁ ସେ ଦେଖନ୍ତି ନାହିଁ ଓ ସେ ଆକାଶମଣ୍ଡଳରେ ଗମନାଗମନ କରନ୍ତି।’

15ଯହିଁରେ ଦୁଷ୍ଟ ଲୋକେ ଗମନ କରିଅଛନ୍ତି, ତୁମ୍ଭେ କʼଣ ସେହି ପୁରାତନ ପଥ ଧରିବ?

16ସେମାନେ ଅକାଳରେ ଛିଣ୍ଡାଗଲେ, ସେମାନଙ୍କ ଭିତ୍ତିମୂଳ ସ୍ରୋତ ପରି ଢଳାଗଲା;

17ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ’ ଓ ‘ସର୍ବଶକ୍ତିମାନ ପରମେଶ୍ୱର ଆମ୍ଭମାନଙ୍କ ପାଇଁ କʼଣ କରିପାରନ୍ତି?’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.