18ତଥାପି ସେ ନାନା ଉତ୍ତମ ଦ୍ରବ୍ୟରେ ସେମାନଙ୍କ ଗୃହ ପରିପୂର୍ଣ୍ଣ କଲେ; ମାତ୍ର ଦୁଷ୍ଟମାନଙ୍କ ମନ୍ତ୍ରଣା ଆମ୍ଭଠାରୁ ଦୂରରେ ଥାଏ।
19ଧାର୍ମିକମାନେ ତାହା ଦେଖି ଆନନ୍ଦିତ ହୁଅନ୍ତି ଓ ନିର୍ଦ୍ଦୋଷ ଲୋକ ସେମାନଙ୍କୁ ପରିହାସ କରି କହନ୍ତି,
20‘ଆମ୍ଭମାନଙ୍କ ବିରୁଦ୍ଧରେ ଉଠିବା ଲୋକେ ନିଶ୍ଚୟ ଉଚ୍ଛିନ୍ନ ହୋଇଅଛନ୍ତି ଓ ଅଗ୍ନି ସେମାନଙ୍କର ଅବଶିଷ୍ଟାଂଶ ଗ୍ରାସ କରିଅଛି।’
21ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ; ତଦ୍ଦ୍ୱାରା ମଙ୍ଗଳ ତୁମ୍ଭ ନିକଟରେ ଉପସ୍ଥିତ ହେବ।
22ମୁଁ ବିନୟ କରୁଅଛି, ତାହାଙ୍କ ମୁଖନିର୍ଗତ ବ୍ୟବସ୍ଥା ଗ୍ରହଣ କର ଓ ତାହାଙ୍କ ବାକ୍ୟ ଆପଣା ହୃଦୟରେ ସଞ୍ଚୟ କର।