21ଏବେ ତୁମ୍ଭେ ତାହାଙ୍କ ସହିତ ପରିଚିତ ହୁଅ, ତହିଁରେ ଶାନ୍ତି ହେବ; ତଦ୍ଦ୍ୱାରା ମଙ୍ଗଳ ତୁମ୍ଭ ନିକଟରେ ଉପସ୍ଥିତ ହେବ।
22ମୁଁ ବିନୟ କରୁଅଛି, ତାହାଙ୍କ ମୁଖନିର୍ଗତ ବ୍ୟବସ୍ଥା ଗ୍ରହଣ କର ଓ ତାହାଙ୍କ ବାକ୍ୟ ଆପଣା ହୃଦୟରେ ସଞ୍ଚୟ କର।
23ଯଦି ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ପ୍ରତି ଫେରିବ, ଯଦି ଆପଣା ତମ୍ବୁରୁ ଅଧର୍ମ ଦୂର କରିବ, ତେବେ ତୁମ୍ଭେ ଦୃଢ଼ କରାଯିବ।
24ପୁଣି, ତୁମ୍ଭେ ଧୂଳିରେ ଆପଣା ଧନ ଓ ନଦୀସ୍ଥିତ ପଥର ମଧ୍ୟରେ ଓଫୀରର ସୁବର୍ଣ୍ଣ ପକାଇଦିଅ;
25ତହିଁରେ ସର୍ବଶକ୍ତିମାନ ତୁମ୍ଭର ଧନ ସ୍ୱରୂପ ଓ ତୁମ୍ଭ ପ୍ରତି ବହୁମୂଲ୍ୟ ରୌପ୍ୟ ସ୍ୱରୂପ ହେବେ।