23ଯଦି ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ପ୍ରତି ଫେରିବ, ଯଦି ଆପଣା ତମ୍ବୁରୁ ଅଧର୍ମ ଦୂର କରିବ, ତେବେ ତୁମ୍ଭେ ଦୃଢ଼ କରାଯିବ।
24ପୁଣି, ତୁମ୍ଭେ ଧୂଳିରେ ଆପଣା ଧନ ଓ ନଦୀସ୍ଥିତ ପଥର ମଧ୍ୟରେ ଓଫୀରର ସୁବର୍ଣ୍ଣ ପକାଇଦିଅ;
25ତହିଁରେ ସର୍ବଶକ୍ତିମାନ ତୁମ୍ଭର ଧନ ସ୍ୱରୂପ ଓ ତୁମ୍ଭ ପ୍ରତି ବହୁମୂଲ୍ୟ ରୌପ୍ୟ ସ୍ୱରୂପ ହେବେ।
26କାରଣ ସେତେବେଳେ ତୁମ୍ଭେ ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ ଓ ପରମେଶ୍ୱରଙ୍କ ଆଡ଼େ ଆପଣା ମୁଖ ଟେକିବ।
27ତୁମ୍ଭେ ତାହାଙ୍କ ନିକଟରେ ପ୍ରାର୍ଥନା କରିବ ଓ ସେ ତୁମ୍ଭ କଥା ଶୁଣିବେ ଓ ତୁମ୍ଭେ ଆପଣା ମାନତ ପରିଶୋଧ କରିବ।