26କାରଣ ସେତେବେଳେ ତୁମ୍ଭେ ସର୍ବଶକ୍ତିମାନଙ୍କଠାରେ ଆନନ୍ଦ କରିବ ଓ ପରମେଶ୍ୱରଙ୍କ ଆଡ଼େ ଆପଣା ମୁଖ ଟେକିବ।
27ତୁମ୍ଭେ ତାହାଙ୍କ ନିକଟରେ ପ୍ରାର୍ଥନା କରିବ ଓ ସେ ତୁମ୍ଭ କଥା ଶୁଣିବେ ଓ ତୁମ୍ଭେ ଆପଣା ମାନତ ପରିଶୋଧ କରିବ।
28ମଧ୍ୟ ତୁମ୍ଭେ କୌଣସି ବିଷୟ ମନସ୍ଥ କଲେ, ତାହା ତୁମ୍ଭ ପକ୍ଷରେ ସଫଳ କରାଯିବ; ତୁମ୍ଭର ସକଳ ପଥରେ ଦୀପ୍ତି ପ୍ରକାଶିତ ହେବ।
29ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ କାରଣ ପରମେଶ୍ୱର ନମ୍ର ଲୋକକୁ ରକ୍ଷା କରିବେ।
30ଯେଉଁ ଲୋକ ନିର୍ଦ୍ଦୋଷ ନୁହେଁ, ତାହାକୁ ହିଁ ସେ ଉଦ୍ଧାର କରିବେ; ହଁ, ତୁମ୍ଭ ହସ୍ତର ଶୁଚିତା ଦ୍ୱାରା ସେ ଉଦ୍ଧାର ପାଇବ।”