ଆୟୁବ 22

ତାହାଙ୍କ ପ୍ରତି ତୁମ୍ଭର ଭୟ ସକାଶୁ ସେ କʼଣ ତୁମ୍ଭକୁ ଅନୁଯୋଗ କରନ୍ତି ଓ ତୁମ୍ଭ ସହିତ ବିଚାରରେ ଉପସ୍ଥିତ ହେଉଅଛନ୍ତି?

Job 22:4 (UKJV) Will he reprove you for fear of you? will he enter with you into judgment?

2“ମନୁଷ୍ୟ କʼଣ ପରମେଶ୍ୱରଙ୍କ ପ୍ରତି ଲାଭଜନକ ହୋଇପାରେ? ଅବଶ୍ୟ ଜ୍ଞାନୀ ଲୋକ ଆପଣା ପ୍ରତି ଲାଭଜନକ ଅଟେ।

3ତୁମ୍ଭେ ଯେ ଧାର୍ମିକ ଅଟ, ଏହା କʼଣ ସର୍ବଶକ୍ତିମାନଙ୍କ ସୁଖର କାରଣ? ଅବା ତୁମ୍ଭେ ଯେ ଆପଣା ଆଚରଣ ସିଦ୍ଧ କରୁଅଛ, ଏହା କʼଣ ତାହାଙ୍କ ପ୍ରତି ଲାଭଜନକ?

4ତାହାଙ୍କ ପ୍ରତି ତୁମ୍ଭର ଭୟ ସକାଶୁ ସେ କʼଣ ତୁମ୍ଭକୁ ଅନୁଯୋଗ କରନ୍ତି ଓ ତୁମ୍ଭ ସହିତ ବିଚାରରେ ଉପସ୍ଥିତ ହେଉଅଛନ୍ତି?

5ତୁମ୍ଭର ଦୁଷ୍ଟତା କʼଣ ବଡ଼ ନୁହେଁ? ଓ ତୁମ୍ଭ ଅଧର୍ମର କିଛି ସୀମା ନାହିଁ।

6ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.