ଆୟୁବ 22

ତୁମ୍ଭର ଦୁଷ୍ଟତା କʼଣ ବଡ଼ ନୁହେଁ? ଓ ତୁମ୍ଭ ଅଧର୍ମର କିଛି ସୀମା ନାହିଁ।

Job 22:5 (UKJV) Is not your wickedness great? and yours iniquities infinite?

3ତୁମ୍ଭେ ଯେ ଧାର୍ମିକ ଅଟ, ଏହା କʼଣ ସର୍ବଶକ୍ତିମାନଙ୍କ ସୁଖର କାରଣ? ଅବା ତୁମ୍ଭେ ଯେ ଆପଣା ଆଚରଣ ସିଦ୍ଧ କରୁଅଛ, ଏହା କʼଣ ତାହାଙ୍କ ପ୍ରତି ଲାଭଜନକ?

4ତାହାଙ୍କ ପ୍ରତି ତୁମ୍ଭର ଭୟ ସକାଶୁ ସେ କʼଣ ତୁମ୍ଭକୁ ଅନୁଯୋଗ କରନ୍ତି ଓ ତୁମ୍ଭ ସହିତ ବିଚାରରେ ଉପସ୍ଥିତ ହେଉଅଛନ୍ତି?

5ତୁମ୍ଭର ଦୁଷ୍ଟତା କʼଣ ବଡ଼ ନୁହେଁ? ଓ ତୁମ୍ଭ ଅଧର୍ମର କିଛି ସୀମା ନାହିଁ।

6ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ।

7ତୁମ୍ଭେ ପରିଶ୍ରାନ୍ତମାନଙ୍କୁ ପାନ କରିବା ପାଇଁ ଜଳ ଦେଇ ନାହଁ ଓ ତୁମ୍ଭେ କ୍ଷୁଧିତମାନଙ୍କୁ ଆହାର ଦେଇ ନାହଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.