ଆୟୁବ 22

ମାତ୍ର ବଳବାନ ଲୋକ ପୃଥିବୀ ଅଧିକାର କଲା ଓ ସମ୍ଭ୍ରାନ୍ତ ଲୋକ ତହିଁରେ ବାସ କଲା।

Job 22:8 (UKJV) But as for the mighty man, he had the earth; and the honourable man dwelt in it.

6ଯେଣୁ ତୁମ୍ଭେ ଅକାରଣରେ ଆପଣା ଭାଇଠାରୁ ବନ୍ଧକ ନେଇଅଛ ଓ ତୁମ୍ଭେ ବସ୍ତ୍ରହୀନମାନଙ୍କଠାରୁ ବସ୍ତ୍ର କାଢ଼ି ନେଇଅଛ।

7ତୁମ୍ଭେ ପରିଶ୍ରାନ୍ତମାନଙ୍କୁ ପାନ କରିବା ପାଇଁ ଜଳ ଦେଇ ନାହଁ ଓ ତୁମ୍ଭେ କ୍ଷୁଧିତମାନଙ୍କୁ ଆହାର ଦେଇ ନାହଁ।

8ମାତ୍ର ବଳବାନ ଲୋକ ପୃଥିବୀ ଅଧିକାର କଲା ଓ ସମ୍ଭ୍ରାନ୍ତ ଲୋକ ତହିଁରେ ବାସ କଲା।

9ତୁମ୍ଭେ ବିଧବାମାନଙ୍କୁ ଖାଲି ହାତରେ ବିଦାୟ କରିଅଛ ଓ ପିତୃହୀନର ବାହୁ ଭଗ୍ନ ହୋଇଅଛି।

10ଏହେତୁ ତୁମ୍ଭ ଚାରିଆଡ଼େ ଫାନ୍ଦ ଅଛି ଓ ଆକସ୍ମିକ ଭୟ ତୁମ୍ଭକୁ ବ୍ୟାକୁଳ କରୁଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.