7ତୁମ୍ଭେ ପରିଶ୍ରାନ୍ତମାନଙ୍କୁ ପାନ କରିବା ପାଇଁ ଜଳ ଦେଇ ନାହଁ ଓ ତୁମ୍ଭେ କ୍ଷୁଧିତମାନଙ୍କୁ ଆହାର ଦେଇ ନାହଁ।
8ମାତ୍ର ବଳବାନ ଲୋକ ପୃଥିବୀ ଅଧିକାର କଲା ଓ ସମ୍ଭ୍ରାନ୍ତ ଲୋକ ତହିଁରେ ବାସ କଲା।
9ତୁମ୍ଭେ ବିଧବାମାନଙ୍କୁ ଖାଲି ହାତରେ ବିଦାୟ କରିଅଛ ଓ ପିତୃହୀନର ବାହୁ ଭଗ୍ନ ହୋଇଅଛି।
10ଏହେତୁ ତୁମ୍ଭ ଚାରିଆଡ଼େ ଫାନ୍ଦ ଅଛି ଓ ଆକସ୍ମିକ ଭୟ ତୁମ୍ଭକୁ ବ୍ୟାକୁଳ କରୁଅଛି।
11ଅବା ଅନ୍ଧକାର, ଯାହା ଲାଗି ତୁମ୍ଭେ ଦେଖି ନ ପାର ଓ ଜଳରାଶି ତୁମ୍ଭକୁ ଆଚ୍ଛନ୍ନ କରୁଅଛି।