8ଦେଖ, ମୁଁ ପୂର୍ବ ଆଡ଼କୁ ଯାଏ, ମାତ୍ର ସେ ସେଠାରେ ନାହାନ୍ତି ଓ ପଶ୍ଚିମ ଆଡ଼କୁ ଯାଏ, ମାତ୍ର ତାହାଙ୍କୁ ଦେଖି ପାରେ ନାହିଁ;
9ସେ କାର୍ଯ୍ୟ କଲା ବେଳେ ଉତ୍ତର ଦିଗକୁ ଯାଏ, ମାତ୍ର ତାହାଙ୍କର ଦର୍ଶନ ପାଇ ନ ପାରେ; ସେ ଦକ୍ଷିଣ ଦିଗରେ ଆପଣାକୁ ଗୋପନ କରନ୍ତି, ତେଣୁ ତାହାଙ୍କୁ ଦେଖି ନ ପାରେ।
10ମାତ୍ର ମୁଁ ଯେଉଁ ପଥ ଅବଲମ୍ବନ କରେ, ସେ ତାହା ଜାଣନ୍ତି; ସେ ମୋହର ପରୀକ୍ଷା କଲା ଉତ୍ତାରେ ମୁଁ ସୁବର୍ଣ୍ଣ ପରି ଉତ୍ତୀର୍ଣ୍ଣ ହେବି।
11ମୋହର ପାଦ ତାହାଙ୍କର ପଦଚିହ୍ନ ଦୃଢ଼ ରୂପେ ଧରିଅଛି; ମୁଁ ତାହାଙ୍କ ପଥ ରକ୍ଷା କରିଅଛି ଓ ବିପଥଗାମୀ ହୋଇ ନାହିଁ।
12ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ; ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି।