13ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି।
14କାରଣ ମୋʼ ପାଇଁ ଯାହା ନିରୂପିତ, ତାହା ସେ ସଫଳ କରନ୍ତି ଓ ତାହାଙ୍କର ଏହି ପ୍ରକାର ଅନେକ କର୍ମ ଅଛି।
15ଏନିମନ୍ତେ ମୁଁ ତାହାଙ୍କ ସାକ୍ଷାତରେ ବ୍ୟାକୁଳ ହେଉଅଛି; ମୁଁ ବିବେଚନା କଲେ, ତାହାଙ୍କ ସକାଶେ ଭୀତ ହେଉଅଛି।
16କାରଣ ପରମେଶ୍ୱର ମୋʼ ହୃଦୟକୁ କ୍ଷୀଣ କରିଅଛନ୍ତି ଓ ସର୍ବଶକ୍ତିମାନ ମୋତେ ବ୍ୟାକୁଳ କରିଅଛନ୍ତି;
17ଯେଣୁ ମୁଁ ଅନ୍ଧକାର ପୂର୍ବରୁ ଉଚ୍ଛିନ୍ନ ନୋହିଲି, କିଅବା ସେ ମୋʼ ମୁଖରୁ ନିବିଡ଼ ଅନ୍ଧକାର ଆଚ୍ଛନ୍ନ କଲେ ନାହିଁ।