1ଏଥିରେ ଆୟୁବ ଉତ୍ତର କରି କହିଲା, “ଆଜି ମଧ୍ୟ ମୋହର ବିଳାପ ବିଦ୍ରୋହଭାବ-ବିଶିଷ୍ଟ;
2ମୋହର ଅଭିଯୋଗ ଅପେକ୍ଷା ମୋହର ପୀଡ଼ା ଭାରୀ।
3ଆହା, ମୁଁ କେଉଁଠାରେ ତାହାଙ୍କର ଉଦ୍ଦେଶ୍ୟ ପାଇବି, ଯେବେ ଏହା ଜାଣନ୍ତି, ତେବେ ତାହାଙ୍କ ଆସନ ନିକଟରେ ଉପସ୍ଥିତ ହୋଇ ପାରନ୍ତି!
4ତେବେ ମୁଁ ତାହାଙ୍କ ଛାମୁରେ ଆପଣା ଗୁହାରି ନିବେଦନ କରନ୍ତି ଓ ଯୁକ୍ତିରେ ଆପଣା ମୁଖ ପୂର୍ଣ୍ଣ କରନ୍ତି।
5ସେ ମୋତେ ଯେଉଁ କଥା ଉତ୍ତର ଦିଅନ୍ତେ, ତାହା ଜାଣନ୍ତି ଓ ସେ ଯାହା ମୋତେ କହନ୍ତେ, ତାହା ବୁଝନ୍ତି।