3ଆହା, ମୁଁ କେଉଁଠାରେ ତାହାଙ୍କର ଉଦ୍ଦେଶ୍ୟ ପାଇବି, ଯେବେ ଏହା ଜାଣନ୍ତି, ତେବେ ତାହାଙ୍କ ଆସନ ନିକଟରେ ଉପସ୍ଥିତ ହୋଇ ପାରନ୍ତି!
4ତେବେ ମୁଁ ତାହାଙ୍କ ଛାମୁରେ ଆପଣା ଗୁହାରି ନିବେଦନ କରନ୍ତି ଓ ଯୁକ୍ତିରେ ଆପଣା ମୁଖ ପୂର୍ଣ୍ଣ କରନ୍ତି।
5ସେ ମୋତେ ଯେଉଁ କଥା ଉତ୍ତର ଦିଅନ୍ତେ, ତାହା ଜାଣନ୍ତି ଓ ସେ ଯାହା ମୋତେ କହନ୍ତେ, ତାହା ବୁଝନ୍ତି।
6ସେ କʼଣ ଆପଣା ମହାପରାକ୍ରମରେ ମୋʼ ସଙ୍ଗେ ବିରୋଧ କରିବେ? ନା; ମାତ୍ର ସେ ମୋʼ ପ୍ରତି ମନୋଯୋଗ କରିବେ।
7ସେଠାରେ ସରଳ ଲୋକ ତାହାଙ୍କ ସଙ୍ଗେ ଯୁକ୍ତି କରି ପାରିବ, ତହିଁରେ ମୁଁ ଆପଣା ବିଚାରକର୍ତ୍ତାଠାରୁ ଚିରକାଳ ଉଦ୍ଧାର ପାଇବି।