10ଏହେତୁ ସେମାନେ ବସ୍ତ୍ର ବିନା ଉଲଙ୍ଗ ହୋଇ ବୁଲନ୍ତି ଓ କ୍ଷୁଧିତ ହୋଇ ଶସ୍ୟବିଡ଼ା ବହନ୍ତି;
11ସେମାନେ ଏହି ଲୋକମାନଙ୍କ ପ୍ରାଚୀର ଭିତରେ ତୈଳ ପ୍ରସ୍ତୁତ କରନ୍ତି ଓ ସେମାନଙ୍କ ଦ୍ରାକ୍ଷାଯନ୍ତ୍ର ଦଳି ତୃଷିତ ହୁଅନ୍ତି।
12ଜନପୂର୍ଣ୍ଣ ନଗରରୁ ଲୋକେ କାତରୋକ୍ତି କରନ୍ତି, ଆହତ ଲୋକର ପ୍ରାଣ ଡାକ ପକାଏ; ତଥାପି ପରମେଶ୍ୱର ଏହା ଦୋଷ ରୂପେ ଗଣନା କରନ୍ତି ନାହିଁ।
13ସେମାନଙ୍କର କେହି କେହି ଆଲୁଅର ବିଦ୍ରୋହୀ; ତହିଁର ମାର୍ଗ ସେମାନେ ଜାଣନ୍ତି ନାହିଁ, ଅବା ତହିଁର ପଥରେ ରହନ୍ତି ନାହିଁ।
14ହତ୍ୟାକାରୀ ପ୍ରଭାତ ସମୟରେ ଉଠି ଦରିଦ୍ର ଓ ଦୀନହୀନକୁ ବଧ କରେ ଓ ରାତ୍ରିରେ ସେ ଚୋର ପରି ହୁଏ।