12ଜନପୂର୍ଣ୍ଣ ନଗରରୁ ଲୋକେ କାତରୋକ୍ତି କରନ୍ତି, ଆହତ ଲୋକର ପ୍ରାଣ ଡାକ ପକାଏ; ତଥାପି ପରମେଶ୍ୱର ଏହା ଦୋଷ ରୂପେ ଗଣନା କରନ୍ତି ନାହିଁ।
13ସେମାନଙ୍କର କେହି କେହି ଆଲୁଅର ବିଦ୍ରୋହୀ; ତହିଁର ମାର୍ଗ ସେମାନେ ଜାଣନ୍ତି ନାହିଁ, ଅବା ତହିଁର ପଥରେ ରହନ୍ତି ନାହିଁ।
14ହତ୍ୟାକାରୀ ପ୍ରଭାତ ସମୟରେ ଉଠି ଦରିଦ୍ର ଓ ଦୀନହୀନକୁ ବଧ କରେ ଓ ରାତ୍ରିରେ ସେ ଚୋର ପରି ହୁଏ।
15ପାରଦାରିକର ଚକ୍ଷୁ ମଧ୍ୟ ସନ୍ଧ୍ୟାକାଳର ଅପେକ୍ଷା କରି କହେ, କେହି ମୋତେ ଦେଖିବ ନାହିଁ ଓ ସେ ଆପଣା ମୁଖ ଅନ୍ୟ ରୂପ କରେ।
16ସେମାନେ ଅନ୍ଧକାରରେ ଗୃହ ସିନ୍ଧି କରନ୍ତି; ସେମାନେ ଦିନ ବେଳେ ଲୁଚି ରହନ୍ତି, ସେମାନେ ଆଲୁଅ ଜାଣନ୍ତି ନାହିଁ।