15ପାରଦାରିକର ଚକ୍ଷୁ ମଧ୍ୟ ସନ୍ଧ୍ୟାକାଳର ଅପେକ୍ଷା କରି କହେ, କେହି ମୋତେ ଦେଖିବ ନାହିଁ ଓ ସେ ଆପଣା ମୁଖ ଅନ୍ୟ ରୂପ କରେ।
16ସେମାନେ ଅନ୍ଧକାରରେ ଗୃହ ସିନ୍ଧି କରନ୍ତି; ସେମାନେ ଦିନ ବେଳେ ଲୁଚି ରହନ୍ତି, ସେମାନେ ଆଲୁଅ ଜାଣନ୍ତି ନାହିଁ।
17କାରଣ ସେସମସ୍ତଙ୍କ ପ୍ରତି ପ୍ରଭାତ ମୃତ୍ୟୁଚ୍ଛାୟା ପରି ଅଟେ; ସେମାନେ ମୃତ୍ୟୁୁଚ୍ଛାୟାର ଭୟାନକତା ଜାଣନ୍ତି।”
18“ସେ ଜଳ ଉପରେ ଶୀଘ୍ରଗାମୀ; ଦେଶରେ ସେମାନଙ୍କ ଅଧିକାର ଅଭିଶପ୍ତ ଅଟେ; ସେ ଦ୍ରାକ୍ଷାକ୍ଷେତ୍ରର ପଥ ଆଡ଼କୁ ଫେରେ ନାହିଁ।
19ଯେପରି ଅନାବୃଷ୍ଟି ଓ ଗ୍ରୀଷ୍ମ ହିମଜଳକୁ, ସେପରି ପାତାଳ ପାପୀମାନଙ୍କୁ ନଷ୍ଟ କରେ।