1କାହିଁକି ସର୍ବଶକ୍ତିମାନଙ୍କ ଦ୍ୱାରା ସମୟ ନିରୂପିତ ହୋଇ ନାହିଁ ଓ ତାହାଙ୍କୁ ଜାଣିବା ଲୋକମାନେ କାହିଁକି ତାହାଙ୍କ ଦିନ ଦେଖନ୍ତି ନାହିଁ?
2କେହି କେହି ଭୂମିର ସୀମାଚିହ୍ନ ଘୁଞ୍ଚାନ୍ତି, ସେମାନେ ବଳରେ ମେଷପଲ ହରଣ କରି ଚରାନ୍ତି।
3ସେମାନେ ପିତୃହୀନର ଗର୍ଦ୍ଦଭ ଅଡ଼ାଇ ନିଅନ୍ତି, ବିଧବାର ଗୋରୁ ବନ୍ଧକ ରୂପେ ନିଅନ୍ତି।
4ସେମାନେ ଦୀନହୀନକୁ ବାଟରୁ ତଡ଼ି ଦିଅନ୍ତି; ଦେଶସ୍ଥ ଦରିଦ୍ରମାନେ ଏକତ୍ର ଲୁଚନ୍ତି।