19ଯେପରି ଅନାବୃଷ୍ଟି ଓ ଗ୍ରୀଷ୍ମ ହିମଜଳକୁ, ସେପରି ପାତାଳ ପାପୀମାନଙ୍କୁ ନଷ୍ଟ କରେ।
20ଗର୍ଭ ତାହାକୁ ପାସୋରି ଯିବ; କୀଟ ସୁସ୍ୱାଦୁ ଭକ୍ଷ୍ୟ ପରି ତାହାକୁ ଖାଇବ, ସେ ଆଉ ସ୍ମରଣ କରାଯିବ ନାହିଁ; ପୁଣି, ଅଧର୍ମ ବୃକ୍ଷ ପରି ଭଙ୍ଗାଯିବ।
21ସେ ନିଃସନ୍ତାନା ବନ୍ଧ୍ୟାକୁ ଗ୍ରାସ କରେ ଓ ବିଧବାର ମଙ୍ଗଳ କରେ ନାହିଁ।
22ସେ ଆପଣା ଶକ୍ତିରେ ବିକ୍ରମୀ ଲୋକକୁ ମଧ୍ୟ ଟାଣି ପକାଏ, ସେ ଉଠିଲେ କାହାରି ଜୀବନର ସ୍ଥିରତା ନ ଥାଏ।
23ପରମେଶ୍ୱର ସେମାନଙ୍କୁ ନିରାପଦରେ ରହିବାକୁ ଦିଅନ୍ତି ଓ ସେମାନେ ତହିଁରେ ନିର୍ଭର ରଖନ୍ତି ଓ ତାହାଙ୍କ ଦୃଷ୍ଟି ସେମାନଙ୍କ ମାର୍ଗରେ ଥାଏ।