23ପରମେଶ୍ୱର ସେମାନଙ୍କୁ ନିରାପଦରେ ରହିବାକୁ ଦିଅନ୍ତି ଓ ସେମାନେ ତହିଁରେ ନିର୍ଭର ରଖନ୍ତି ଓ ତାହାଙ୍କ ଦୃଷ୍ଟି ସେମାନଙ୍କ ମାର୍ଗରେ ଥାଏ।
24ସେମାନେ ଉନ୍ନତ ହୁଅନ୍ତି; ତଥାପି ଅଳ୍ପ କାଳରେ ଅନ୍ତର୍ହିତ ହୁଅନ୍ତି; ହଁ, ସେମାନେ ଅବନତ ହୁଅନ୍ତି, ସେମାନେ ଅନ୍ୟ ସମସ୍ତଙ୍କ ପରି ପଥରୁ ଘେନାଯାʼନ୍ତି, ଆଉ ଶସ୍ୟଶିଁଷାର ଅଗ୍ରଭାଗ ପରି କଟାଯାʼନ୍ତି।
25ପୁଣି, ବର୍ତ୍ତମାନ ଯଦି ଏପରି ନ ହୁଏ, ତେବେ କିଏ ଆମ୍ଭକୁ ମିଥ୍ୟାବାଦୀ ବୋଲି ପ୍ରମାଣ କରିବ ଓ ଆମ୍ଭ କଥାକୁ ନିରର୍ଥକ କରିବ?”