ଆୟୁବ 24

ସେମାନେ ଦୀନହୀନକୁ ବାଟରୁ ତଡ଼ି ଦିଅନ୍ତି; ଦେଶସ୍ଥ ଦରିଦ୍ରମାନେ ଏକତ୍ର ଲୁଚନ୍ତି।

Job 24:4 (UKJV) They turn the needy out of the way: the poor of the earth hide themselves together.

2କେହି କେହି ଭୂମିର ସୀମାଚିହ୍ନ ଘୁଞ୍ଚାନ୍ତି, ସେମାନେ ବଳରେ ମେଷପଲ ହରଣ କରି ଚରାନ୍ତି।

3ସେମାନେ ପିତୃହୀନର ଗର୍ଦ୍ଦଭ ଅଡ଼ାଇ ନିଅନ୍ତି, ବିଧବାର ଗୋରୁ ବନ୍ଧକ ରୂପେ ନିଅନ୍ତି।

4ସେମାନେ ଦୀନହୀନକୁ ବାଟରୁ ତଡ଼ି ଦିଅନ୍ତି; ଦେଶସ୍ଥ ଦରିଦ୍ରମାନେ ଏକତ୍ର ଲୁଚନ୍ତି।

5ଦେଖ, ସେମାନେ ପ୍ରାନ୍ତରସ୍ଥ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଆପଣା ଆପଣା କାର୍ଯ୍ୟରେ ବାହାରି ଯତ୍ନପୂର୍ବକ ଆହାର ଅନ୍ଵେଷଣ କରନ୍ତି; ଅରଣ୍ୟ ସେମାନଙ୍କ ବାଳକଗଣ ନିମନ୍ତେ ଆହାର ଉତ୍ପନ୍ନ କରେ।

6ସେମାନେ କ୍ଷେତ୍ରରେ ଆପଣାମାନଙ୍କ ଖାଦ୍ୟ କାଟନ୍ତି ଓ ଦୁଷ୍ଟର ଦ୍ରାକ୍ଷାକ୍ଷେତ୍ରର ଅବଶିଷ୍ଟ ଫଳ ସାଉଣ୍ଟନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.