ଆୟୁବ 24

ସେମାନେ ପର୍ବତରେ ବୃଷ୍ଟିରେ ତିନ୍ତନ୍ତି, ପୁଣି ଆଶ୍ରୟ ଅଭାବରୁ ଶୈଳରେ ଶରଣ ନିଅନ୍ତି।

Job 24:8 (UKJV) They are wet with the showers of the mountains, and embrace the rock for lack of a shelter.

6ସେମାନେ କ୍ଷେତ୍ରରେ ଆପଣାମାନଙ୍କ ଖାଦ୍ୟ କାଟନ୍ତି ଓ ଦୁଷ୍ଟର ଦ୍ରାକ୍ଷାକ୍ଷେତ୍ରର ଅବଶିଷ୍ଟ ଫଳ ସାଉଣ୍ଟନ୍ତି।

7ସେମାନେ ସାରାରାତ୍ରି ବସ୍ତ୍ର ବିନା ଉଲଙ୍ଗ ହୋଇ ଶୟନ କରନ୍ତି ଓ ଶୀତକାଳରେ ସେମାନଙ୍କର ଆଚ୍ଛାଦନ ବସ୍ତ୍ର ନ ଥାଏ।

8ସେମାନେ ପର୍ବତରେ ବୃଷ୍ଟିରେ ତିନ୍ତନ୍ତି, ପୁଣି ଆଶ୍ରୟ ଅଭାବରୁ ଶୈଳରେ ଶରଣ ନିଅନ୍ତି।

9କେହି କେହି ପିତୃହୀନକୁ ମାତୃସ୍ତନରୁ ଛଡ଼ାଇ ନିଅନ୍ତି ଓ ଦରିଦ୍ରଠାରୁ ବନ୍ଧକ ନିଅନ୍ତି;

10ଏହେତୁ ସେମାନେ ବସ୍ତ୍ର ବିନା ଉଲଙ୍ଗ ହୋଇ ବୁଲନ୍ତି ଓ କ୍ଷୁଧିତ ହୋଇ ଶସ୍ୟବିଡ଼ା ବହନ୍ତି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.