7ସେମାନେ ସାରାରାତ୍ରି ବସ୍ତ୍ର ବିନା ଉଲଙ୍ଗ ହୋଇ ଶୟନ କରନ୍ତି ଓ ଶୀତକାଳରେ ସେମାନଙ୍କର ଆଚ୍ଛାଦନ ବସ୍ତ୍ର ନ ଥାଏ।
8ସେମାନେ ପର୍ବତରେ ବୃଷ୍ଟିରେ ତିନ୍ତନ୍ତି, ପୁଣି ଆଶ୍ରୟ ଅଭାବରୁ ଶୈଳରେ ଶରଣ ନିଅନ୍ତି।
9କେହି କେହି ପିତୃହୀନକୁ ମାତୃସ୍ତନରୁ ଛଡ଼ାଇ ନିଅନ୍ତି ଓ ଦରିଦ୍ରଠାରୁ ବନ୍ଧକ ନିଅନ୍ତି;
10ଏହେତୁ ସେମାନେ ବସ୍ତ୍ର ବିନା ଉଲଙ୍ଗ ହୋଇ ବୁଲନ୍ତି ଓ କ୍ଷୁଧିତ ହୋଇ ଶସ୍ୟବିଡ଼ା ବହନ୍ତି;
11ସେମାନେ ଏହି ଲୋକମାନଙ୍କ ପ୍ରାଚୀର ଭିତରେ ତୈଳ ପ୍ରସ୍ତୁତ କରନ୍ତି ଓ ସେମାନଙ୍କ ଦ୍ରାକ୍ଷାଯନ୍ତ୍ର ଦଳି ତୃଷିତ ହୁଅନ୍ତି।