5“ବିଲ୍ଦଦ୍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି।
6ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ବିନାଶ ସ୍ଥାନର କୌଣସି ଆବରଣ ନାହିଁ।
7ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକୁ ଝୁଲାନ୍ତି।
8ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ।
9ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି।