9ତାହା ଉପରେ ଦୁଃଖ ଉପସ୍ଥିତ ହେଲେ କି ପରମେଶ୍ୱର ତାହାର କ୍ରନ୍ଦନ ଶୁଣିବେ?
10ସେ କି ସର୍ବଶକ୍ତିମାନ ପରମେଶ୍ୱରଙ୍କଠାରେ ଆନନ୍ଦ କରିବ ଓ ସବୁ ସମୟରେ ପରମେଶ୍ୱରଙ୍କୁ ଡାକିବ?
11ମୁଁ ପରମେଶ୍ୱରଙ୍କ ହସ୍ତ ବିଷୟରେ ତୁମ୍ଭମାନଙ୍କୁ ଶିକ୍ଷା ଦେବି; ଯାହା ସର୍ବଶକ୍ତିମାନଙ୍କଠାରେ ଅଛି, ତାହା ମୁଁ ଗୋପନ କରିବି ନାହିଁ।
12ଦେଖ, ତୁମ୍ଭେ ସମସ୍ତେ ନିଜେ ତାହା ଦେଖିଅଛ; ତେବେ କାହିଁକି ତୁମ୍ଭେମାନେ ସମ୍ପୂର୍ଣ୍ଣ ଅସାର ହୋଇଅଛ?”
13“ପରମେଶ୍ୱରଙ୍କ ନିକଟରେ ଦୁଷ୍ଟ ଲୋକର ଏହି ବାଣ୍ଟ ଓ ଉପଦ୍ରବୀମାନେ ସର୍ବଶକ୍ତିମାନଙ୍କଠାରୁ ଏହି ଅଧିକାରପ୍ରାପ୍ତ ହୁଅନ୍ତି।