13“ପରମେଶ୍ୱରଙ୍କ ନିକଟରେ ଦୁଷ୍ଟ ଲୋକର ଏହି ବାଣ୍ଟ ଓ ଉପଦ୍ରବୀମାନେ ସର୍ବଶକ୍ତିମାନଙ୍କଠାରୁ ଏହି ଅଧିକାରପ୍ରାପ୍ତ ହୁଅନ୍ତି।
14ଯେବେ ତାହାର ସନ୍ତାନଗଣ ବୃଦ୍ଧି ପାଆନ୍ତି, ତେବେ ଖଡ୍ଗ ନିମନ୍ତେ ଓ ତାହାର ସନ୍ତାନସନ୍ତତି ଭକ୍ଷ୍ୟରେ ତୃପ୍ତ ହେବେ ନାହିଁ।
15ତାହାର ଅବଶିଷ୍ଟ ଲୋକମାନେ ମୃତ୍ୟୁୁରେ କବରସ୍ଥ ହେବେ ଓ ସେମାନଙ୍କର ବିଧବାମାନେ କିଛି ବିଳାପ କରିବେ ନାହିଁ।
16ଯଦ୍ୟପି ସେ ଧୂଳି ପରି ରୂପା ଗଦା କରେ ଓ କର୍ଦ୍ଦମ ପରି ବସ୍ତ୍ର ପ୍ରସ୍ତୁତ କରେ,
17ସେ ତାହା କରିପାରେ, ତଥାପି ଧାର୍ମିକ ଲୋକେ ତାହା ପରିଧାନ କରିବେ ଓ ନିର୍ଦ୍ଦୋଷ ଲୋକେ ରୂପା ବିଭାଗ କରି ନେବେ।