16ଯଦ୍ୟପି ସେ ଧୂଳି ପରି ରୂପା ଗଦା କରେ ଓ କର୍ଦ୍ଦମ ପରି ବସ୍ତ୍ର ପ୍ରସ୍ତୁତ କରେ,
17ସେ ତାହା କରିପାରେ, ତଥାପି ଧାର୍ମିକ ଲୋକେ ତାହା ପରିଧାନ କରିବେ ଓ ନିର୍ଦ୍ଦୋଷ ଲୋକେ ରୂପା ବିଭାଗ କରି ନେବେ।
18ସେ କୀଟ ପରି ଓ ଜଗୁଆଳିର କୃତ କୁଟୀର ପରି ଆପଣା ଗୃହ ନିର୍ମାଣ କରେ।
19ସେ ଧନୀ ହୋଇ ଶୟନ କରେ, ମାତ୍ର ସେ ସଂଗୃହୀତ ହେବ ନାହିଁ; ସେ ଆପଣା ଚକ୍ଷୁ ଫିଟାଏ, ଆଉ ସେ ନ ଥାଏ।
20ଜଳରାଶି ପରି ତାହାକୁ ଭୟ ଆକ୍ରମଣ କରେ; ରାତ୍ରିରେ ତୋଫାନ ତାହାକୁ ଅପହରଣ କରିନିଏ।