21ପୂର୍ବୀୟ ବାୟୁ ତାହାକୁ ଉଡ଼ାଇ ନିଏ ଓ ସେ ଚାଲିଯାଏ ଓ ସେ ତାହାକୁ ସ୍ୱ ସ୍ଥାନରୁ ଝାଡ଼ି ନିଏ।
22କାରଣ ପରମେଶ୍ୱର ଦୟା ନ କରି ତାହା ପ୍ରତି ତୀର ନିକ୍ଷେପ କରିବେ; ସେ ତାହାଙ୍କ ହସ୍ତରୁ ପଳାଇବାକୁ ଇଚ୍ଛା କରିବ।
23ଲୋକମାନେ ତାହା ପ୍ରତି ହାତତାଳି ମାରିବେ ଓ ଶୀଷ୍ ମାରି ତାହାକୁ ସ୍ୱ ସ୍ଥାନରୁ ଦୂର କରିବେ।