ଆୟୁବ 27

(କାରଣ ଏବେ ହେଁ ମୋର ଜୀବନ ମୋʼ ମଧ୍ୟରେ ସୁସ୍ଥ ଅଛି ଓ ମୋʼ ନାସିକାରେ ପରମେଶ୍ୱର ଦତ୍ତ ନିଶ୍ୱାସ ଅଛି); ସେ ଜୀବିତ ଥିବା ପ୍ରମାଣେ,

Job 27:3 (UKJV) All the while my breath is in me, and the spirit of God is in my nostrils;

1ଏଥିଉତ୍ତାରେ ଆୟୁବ ପୁନର୍ବାର ଆପଣା ପ୍ରସଙ୍ଗ ଧରି କହିଲା,

2“ପରମେଶ୍ୱର, ଯେ ମୋହର ସ୍ୱତ୍ୱ ହରଣ କରିଅଛନ୍ତି; ସର୍ବଶକ୍ତିମାନ, ଯେ ମୋହର ପ୍ରାଣକୁ ତିକ୍ତ କରିଅଛନ୍ତି;

3(କାରଣ ଏବେ ହେଁ ମୋର ଜୀବନ ମୋʼ ମଧ୍ୟରେ ସୁସ୍ଥ ଅଛି ଓ ମୋʼ ନାସିକାରେ ପରମେଶ୍ୱର ଦତ୍ତ ନିଶ୍ୱାସ ଅଛି); ସେ ଜୀବିତ ଥିବା ପ୍ରମାଣେ,

4ନିଶ୍ଚୟ ମୋʼ ଓଷ୍ଠାଧର ଅଧର୍ମର କଥା କହିବ ନାହିଁ ଓ ମୋହର ଜିହ୍ୱା ପ୍ରତାରଣାର କଥା ଉଚ୍ଚାରଣ କରିବ ନାହିଁ।

5ମୁଁ ଯେ ତୁମ୍ଭମାନଙ୍କୁ ନିର୍ଦ୍ଦୋଷ କରିବି, ଏହା କଦାପି ନ ହେଉ; ମୁଁ ମରଣ ପର୍ଯ୍ୟନ୍ତ ମୋହର ସରଳତା ଆପଣାଠାରୁ ଦୂର କରିବି ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.