3(କାରଣ ଏବେ ହେଁ ମୋର ଜୀବନ ମୋʼ ମଧ୍ୟରେ ସୁସ୍ଥ ଅଛି ଓ ମୋʼ ନାସିକାରେ ପରମେଶ୍ୱର ଦତ୍ତ ନିଶ୍ୱାସ ଅଛି); ସେ ଜୀବିତ ଥିବା ପ୍ରମାଣେ,
4ନିଶ୍ଚୟ ମୋʼ ଓଷ୍ଠାଧର ଅଧର୍ମର କଥା କହିବ ନାହିଁ ଓ ମୋହର ଜିହ୍ୱା ପ୍ରତାରଣାର କଥା ଉଚ୍ଚାରଣ କରିବ ନାହିଁ।
5ମୁଁ ଯେ ତୁମ୍ଭମାନଙ୍କୁ ନିର୍ଦ୍ଦୋଷ କରିବି, ଏହା କଦାପି ନ ହେଉ; ମୁଁ ମରଣ ପର୍ଯ୍ୟନ୍ତ ମୋହର ସରଳତା ଆପଣାଠାରୁ ଦୂର କରିବି ନାହିଁ।
6ମୁଁ ଆପଣା ଧାର୍ମିକତା ଦୃଢ଼ କରି ଧରୁଅଛି, ଆଉ ତାହା ଛାଡ଼ିବି ନାହିଁ; ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ମୋʼ ଅନ୍ତଃକରଣ ମୋତେ ନିନ୍ଦା କରିବ ନାହିଁ।
7ମୋହର ଶତ୍ରୁ ଦୁଷ୍ଟର ପରି ହେଉ ଓ ମୋʼ ପ୍ରତିକୂଳରେ ଉଠିବା ଲୋକ ଅଧାର୍ମିକ ତୁଲ୍ୟ ହେଉ।