5ମୁଁ ଯେ ତୁମ୍ଭମାନଙ୍କୁ ନିର୍ଦ୍ଦୋଷ କରିବି, ଏହା କଦାପି ନ ହେଉ; ମୁଁ ମରଣ ପର୍ଯ୍ୟନ୍ତ ମୋହର ସରଳତା ଆପଣାଠାରୁ ଦୂର କରିବି ନାହିଁ।
6ମୁଁ ଆପଣା ଧାର୍ମିକତା ଦୃଢ଼ କରି ଧରୁଅଛି, ଆଉ ତାହା ଛାଡ଼ିବି ନାହିଁ; ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ମୋʼ ଅନ୍ତଃକରଣ ମୋତେ ନିନ୍ଦା କରିବ ନାହିଁ।
7ମୋହର ଶତ୍ରୁ ଦୁଷ୍ଟର ପରି ହେଉ ଓ ମୋʼ ପ୍ରତିକୂଳରେ ଉଠିବା ଲୋକ ଅଧାର୍ମିକ ତୁଲ୍ୟ ହେଉ।
8କାରଣ ଭକ୍ତିହୀନ ଲାଭ ପ୍ରାପ୍ତ ହେଲେ ହେଁ, ପରମେଶ୍ୱର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ?
9ତାହା ଉପରେ ଦୁଃଖ ଉପସ୍ଥିତ ହେଲେ କି ପରମେଶ୍ୱର ତାହାର କ୍ରନ୍ଦନ ଶୁଣିବେ?