7ମୋହର ଶତ୍ରୁ ଦୁଷ୍ଟର ପରି ହେଉ ଓ ମୋʼ ପ୍ରତିକୂଳରେ ଉଠିବା ଲୋକ ଅଧାର୍ମିକ ତୁଲ୍ୟ ହେଉ।
8କାରଣ ଭକ୍ତିହୀନ ଲାଭ ପ୍ରାପ୍ତ ହେଲେ ହେଁ, ପରମେଶ୍ୱର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ?
9ତାହା ଉପରେ ଦୁଃଖ ଉପସ୍ଥିତ ହେଲେ କି ପରମେଶ୍ୱର ତାହାର କ୍ରନ୍ଦନ ଶୁଣିବେ?
10ସେ କି ସର୍ବଶକ୍ତିମାନ ପରମେଶ୍ୱରଙ୍କଠାରେ ଆନନ୍ଦ କରିବ ଓ ସବୁ ସମୟରେ ପରମେଶ୍ୱରଙ୍କୁ ଡାକିବ?
11ମୁଁ ପରମେଶ୍ୱରଙ୍କ ହସ୍ତ ବିଷୟରେ ତୁମ୍ଭମାନଙ୍କୁ ଶିକ୍ଷା ଦେବି; ଯାହା ସର୍ବଶକ୍ତିମାନଙ୍କଠାରେ ଅଛି, ତାହା ମୁଁ ଗୋପନ କରିବି ନାହିଁ।