8ଦର୍ପୀ ପଶୁଗଣ ତହିଁରେ ଗତାୟାତ କରି ନାହାନ୍ତି, ଅବା ଭୟାନକ ସିଂହ ତହିଁ ନିକଟ ଦେଇ ଯାଇ ନାହିଁ।
9ମନୁଷ୍ୟ ଦୃଢ଼ ଶୈଳ ଉପରେ ଆପଣା ହାତ ଦିଏ; ସେ ପର୍ବତଗଣକୁ ସମୂଳେ ଓଲଟାଇ ପକାଏ।
10ସେ ଶୈଳ ମଧ୍ୟରେ ନାଳ କାଟେ ଓ ତାହାର ଚକ୍ଷୁ ସର୍ବପ୍ରକାର ବହୁମୂଲ୍ୟ ଦ୍ରବ୍ୟ ଦେଖେ।
11ନ ଝରିବା ପାଇଁ ସେ ଜଳସ୍ରୋତ ବନ୍ଦ କରେ; ଆଉ, ସେ ଆଲୁଅକୁ ଗୁପ୍ତ ଦ୍ରବ୍ୟ ଆଣେ।
12ମାତ୍ର ଜ୍ଞାନ କେଉଁଠାରେ ପ୍ରାପ୍ତ ହୁଏ? ଓ ବୁଦ୍ଧିର ସ୍ଥାନ କାହିଁ?