11ନ ଝରିବା ପାଇଁ ସେ ଜଳସ୍ରୋତ ବନ୍ଦ କରେ; ଆଉ, ସେ ଆଲୁଅକୁ ଗୁପ୍ତ ଦ୍ରବ୍ୟ ଆଣେ।
12ମାତ୍ର ଜ୍ଞାନ କେଉଁଠାରେ ପ୍ରାପ୍ତ ହୁଏ? ଓ ବୁଦ୍ଧିର ସ୍ଥାନ କାହିଁ?
13ମନୁଷ୍ୟ ତହିଁର ମୂଲ୍ୟ ଜାଣେ ନାହିଁ; କିଅବା ଜୀବିତମାନଙ୍କ ଦେଶରେ ତାହା ମିଳେ ନାହିଁ।
14ବାରିଧି କହେ, ‘ତାହା ମୋʼ ଠାରେ ନାହିଁ;’ ପୁଣି, ସମୁଦ୍ର କହେ, ‘ତାହା ମୋʼ ଠାରେ ନାହିଁ।’
15ସୁବର୍ଣ୍ଣ ଦ୍ୱାରା ତାହା ପ୍ରାପ୍ତ ହୋଇ ନ ପାରେ, କିଅବା ତହିଁର ମୂଲ୍ୟାର୍ଥେ ରୂପା ତୌଲା ଯିବ ନାହିଁ।