14ବାରିଧି କହେ, ‘ତାହା ମୋʼ ଠାରେ ନାହିଁ;’ ପୁଣି, ସମୁଦ୍ର କହେ, ‘ତାହା ମୋʼ ଠାରେ ନାହିଁ।’
15ସୁବର୍ଣ୍ଣ ଦ୍ୱାରା ତାହା ପ୍ରାପ୍ତ ହୋଇ ନ ପାରେ, କିଅବା ତହିଁର ମୂଲ୍ୟାର୍ଥେ ରୂପା ତୌଲା ଯିବ ନାହିଁ।
16ଓଫୀରର ସୁବର୍ଣ୍ଣ ଦ୍ୱାରା ତହିଁର ମୂଲ୍ୟ କରାଯାଇ ନ ପାରେ, ବହୁମୂଲ୍ୟ ଗୋମେଦକ ଅବା ନୀଳକାନ୍ତମଣି ଦ୍ୱାରା ନୁହେଁ।
17ସ୍ୱର୍ଣ୍ଣ ଓ କାଚ ତହିଁର ସମାନ ହୋଇ ନ ପାରେ; କିଅବା ଶୁଦ୍ଧ ସ୍ୱର୍ଣ୍ଣାଭରଣ ତହିଁର ପରିବର୍ତ୍ତ ହେବ ନାହିଁ।
18ତହିଁ ନିକଟରେ ପ୍ରବାଳ ଓ ସ୍ପଟିକର କଥା କୁହାଯାଏ ନାହିଁ; କାରଣ ପଦ୍ମରାଗ ମଣି ଅପେକ୍ଷା ଜ୍ଞାନର ମୂଲ୍ୟ ଅଧିକ।