19କୂଶଦେଶୀୟ ପୀତମଣି ତହିଁର ସମାନ ହେବ ନାହିଁ, କିଅବା ନିର୍ମଳ ସୁବର୍ଣ୍ଣରେ ତହିଁର ମୂଲ୍ୟ କରାଯିବ ନାହିଁ।
20ତେବେ ଜ୍ଞାନ କେଉଁଠାରୁ ଆସେ? ଓ ବୁଦ୍ଧିର ସ୍ଥାନ କାହିଁ?
21ତାହା ତ ସମସ୍ତ ପ୍ରାଣୀଙ୍କ ଚକ୍ଷୁରୁ ଗୁପ୍ତ ଓ ଆକାଶର ପକ୍ଷୀମାନଙ୍କଠାରୁ ଆବୃତ କରାଯାଇଅଛି।
22ବିନାଶ ଓ ମୃତ୍ୟୁୁ କହନ୍ତି, ‘ଆମ୍ଭେମାନେ ସ୍ୱକର୍ଣ୍ଣରେ ତହିଁର ଜନରବ ଶୁଣିଅଛୁ।’
23ପରମେଶ୍ୱର ତହିଁର ପଥ ଜାଣନ୍ତି ଓ ସେ ତହିଁର ସ୍ଥାନ ଜ୍ଞାତ ଅଛନ୍ତି।