23ପରମେଶ୍ୱର ତହିଁର ପଥ ଜାଣନ୍ତି ଓ ସେ ତହିଁର ସ୍ଥାନ ଜ୍ଞାତ ଅଛନ୍ତି।
24କାରଣ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅନାଇ ଓ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥାନ ଦେଖି
25ବାୟୁର ଓଜନ ନିରୂପଣ କରନ୍ତି ଓ ପରିମାଣ ଦ୍ୱାରା ଜଳ ପରିମିତ କରନ୍ତି।
26ଯେତେବେଳେ ସେ ବୃଷ୍ଟିର ନିୟମ ନିରୂପଣ କଲେ ଓ ମେଘଗର୍ଜ୍ଜନର ବିଦ୍ୟୁତ୍ ପାଇଁ ପଥ ସ୍ଥିର କଲେ;
27ସେତେବେଳେ ସେ ତାହା ଦେଖିଲେ ଓ ତାହା ପ୍ରଚାର କଲେ; ସେ ତାହା ସ୍ଥାପନ କଲେ, ଆଉ ତହିଁର ତଦନ୍ତ କଲେ।