ଆୟୁବ 28

ଯେତେବେଳେ ସେ ବୃଷ୍ଟିର ନିୟମ ନିରୂପଣ କଲେ ଓ ମେଘଗର୍ଜ୍ଜନର ବିଦ୍ୟୁତ୍ ପାଇଁ ପଥ ସ୍ଥିର କଲେ;

Job 28:26 (UKJV) When he made a decree for the rain, and a way for the lightning of the thunder:

24କାରଣ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅନାଇ ଓ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥାନ ଦେଖି

25ବାୟୁର ଓଜନ ନିରୂପଣ କରନ୍ତି ଓ ପରିମାଣ ଦ୍ୱାରା ଜଳ ପରିମିତ କରନ୍ତି।

26ଯେତେବେଳେ ସେ ବୃଷ୍ଟିର ନିୟମ ନିରୂପଣ କଲେ ଓ ମେଘଗର୍ଜ୍ଜନର ବିଦ୍ୟୁତ୍ ପାଇଁ ପଥ ସ୍ଥିର କଲେ;

27ସେତେବେଳେ ସେ ତାହା ଦେଖିଲେ ଓ ତାହା ପ୍ରଚାର କଲେ; ସେ ତାହା ସ୍ଥାପନ କଲେ, ଆଉ ତହିଁର ତଦନ୍ତ କଲେ।

28ପୁଣି, ସେ ମନୁଷ୍ୟକୁ କହିଲେ, ‘ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନ ଓ କୁକ୍ରିୟା ତ୍ୟାଗ ହିଁ ବୁଦ୍ଧି।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.