ଆୟୁବ 28

ମନୁଷ୍ୟ ଅନ୍ଧକାରର ସୀମା ନିର୍ଣ୍ଣୟ କରେ ଓ ପ୍ରାନ୍ତସୀମା ପର୍ଯ୍ୟନ୍ତ ନିବିଡ଼ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାସ୍ଥିତ ପ୍ରସ୍ତରସବୁ ଅନୁସନ୍ଧାନ କରେ।

Job 28:3 (UKJV) He sets an end to darkness, and searches out all perfection: the stones of darkness, and the shadow of death.

1ନିଶ୍ଚୟ ରୂପାର ଆକର ଅଛି ଓ ଲୋକମାନେ ଯେଉଁ ସୁବର୍ଣ୍ଣ ପରିଷ୍କାର କରନ୍ତି, ତହିଁର ସ୍ଥାନ ଅଛି।

2ମୃତ୍ତିକାରୁ ଲୁହା କଢ଼ାଯାଏ ଓ ଧାତୁ ପ୍ରସ୍ତରରୁ ପିତ୍ତଳ ତରଳାଯାଏ।

3ମନୁଷ୍ୟ ଅନ୍ଧକାରର ସୀମା ନିର୍ଣ୍ଣୟ କରେ ଓ ପ୍ରାନ୍ତସୀମା ପର୍ଯ୍ୟନ୍ତ ନିବିଡ଼ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାସ୍ଥିତ ପ୍ରସ୍ତରସବୁ ଅନୁସନ୍ଧାନ କରେ।

4ସେ ମନୁଷ୍ୟମାନଙ୍କ ପ୍ରବାସ-ସ୍ଥାନରୁ ଦୂରରେ ସୁଡ଼ଙ୍ଗ ଖୋଳେ; ସେମାନେ ନିକଟଗାମୀ ଚରଣ ଦ୍ୱାରା ବିସ୍ମୃତ ହୁଅନ୍ତି; ସେମାନେ ମନୁଷ୍ୟମାନଙ୍କଠାରୁ ଦୂରରେ ଝୁଲନ୍ତି, ସେମାନେ ଏଣେତେଣେ ଦୋହଲନ୍ତି।

5ମୃତ୍ତିକାରୁ ଖାଦ୍ୟ ଉତ୍ପନ୍ନ ହୁଏ ଓ ତହିଁର ଅଧୋଭାଗ ଅଗ୍ନି ଦ୍ୱାରା ଲଣ୍ଡଭଣ୍ଡ ହେଲା ପରି ହୁଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.