3ମନୁଷ୍ୟ ଅନ୍ଧକାରର ସୀମା ନିର୍ଣ୍ଣୟ କରେ ଓ ପ୍ରାନ୍ତସୀମା ପର୍ଯ୍ୟନ୍ତ ନିବିଡ଼ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାସ୍ଥିତ ପ୍ରସ୍ତରସବୁ ଅନୁସନ୍ଧାନ କରେ।
4ସେ ମନୁଷ୍ୟମାନଙ୍କ ପ୍ରବାସ-ସ୍ଥାନରୁ ଦୂରରେ ସୁଡ଼ଙ୍ଗ ଖୋଳେ; ସେମାନେ ନିକଟଗାମୀ ଚରଣ ଦ୍ୱାରା ବିସ୍ମୃତ ହୁଅନ୍ତି; ସେମାନେ ମନୁଷ୍ୟମାନଙ୍କଠାରୁ ଦୂରରେ ଝୁଲନ୍ତି, ସେମାନେ ଏଣେତେଣେ ଦୋହଲନ୍ତି।
5ମୃତ୍ତିକାରୁ ଖାଦ୍ୟ ଉତ୍ପନ୍ନ ହୁଏ ଓ ତହିଁର ଅଧୋଭାଗ ଅଗ୍ନି ଦ୍ୱାରା ଲଣ୍ଡଭଣ୍ଡ ହେଲା ପରି ହୁଏ।
6ତହିଁର ପ୍ରସ୍ତର ନୀଳକାନ୍ତମଣିର ସ୍ଥାନ ଓ ତହିଁରେ ସୁବର୍ଣ୍ଣ ରେଣୁ ଥାଏ।
7କୌଣସି ଶିକାରୀ ପକ୍ଷୀ ସେହି ପଥ ଜାଣେ ନାହିଁ, କିଅବା ବାଜପକ୍ଷୀର ଚକ୍ଷୁ ହିଁ ତାହା ଦେଖି ନାହିଁ;